କନ୍ଧମାଳ ଜିଲ୍ଲାପାଳ ଶ୍ରୀ ବେଦଭୂଷଣ ଙ୍କ ଦ୍ୱାରା SIR ସଚେତନତା ରଥର ଶୁଭାରମ୍ଭ

କନ୍ଧମାଳ ( TKNEWSMEDIA) 05/06/2026 : ଭାରତର ନିର୍ବାଚନ ଆୟୋଗଙ୍କ ସ୍ୱତନ୍ତ୍ର ମତଦାତା ତାଲିକା ସଂଶୋଧନ (SIR) କାର୍ଯ୍ୟକ୍ରମକୁ ନେଇ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସଚେତନତା ରଥ କନ୍ଧମାଳ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ବେଦଭୂଷଣ ପତାକା ଦେଖାଇ ଶୁଭ ଉଦ୍ଘାଟନ କରିଥିଲେ।ମତଦାତା ତାଲିକାରେ ନାମ ଅନ୍ତର୍ଭୁକ୍ତି, ସଂଶୋଧନ ଓ ବିଲୋପ ସମ୍ପର୍କିତ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ସହ SIR କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଏହି ରଥର ମୂଳ ଲକ୍ଷ୍ୟ । ଉଦ୍ଘାଟନ ପରେ ରଥଟି ଫୁଲବାଣୀ ସହରର ବିଭିନ୍ନ ୱାର୍ଡ ଓ ଜନବହୁଳ ଅଞ୍ଚଳ ପରିଭ୍ରମଣ କରି ସଚେତନତା ବାର୍ତ୍ତା ପ୍ରଚାର କରିଥିଲା। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦନ ଦଳେଇ, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭିକାରୀ ସାହୁ, DUDA ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀଣ କୁମାର ବାଣୁଆଙ୍କ ସମେତ ଜିଲ୍ଲା ପ୍ରଶାସନର ବହୁ ଅଧିକାରୀ ଉପସ୍ଥିତ ଥିଲେ। ଜିଲ୍ଲାରେ SIR କାର୍ଯ୍ୟକ୍ରମକୁ ସଫଳ କରିବା ଦିଗରେ ଏହି ସଚେତନତା ଅଭିଯାନ ସହାୟକ ହେବ ବୋଲି ଆଶା ପ୍ରକାଶ କରାଯାଇଛି।
