କଣ୍ଟିଲୋ ନୀଳମାଧବଙ୍କୁ ପୂଜା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟ ହେଲିପ୍ୟାଡରେ ଓହ୍ଲାଇଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ରାଷ୍ଟ୍ରପତି ନୀଳମାଧବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ।ତାଙ୍କ ସହିତ ରାଜ୍ୟପାଳ ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ରାଷ୍ଟ୍ରପତି ‘ଆରତୀ’ ମଧ୍ଯ କରିଥିଲେ। ଖଣ୍ଡପଡ଼ା ବ୍ଲକରେ ମହାନଦୀ କୂଳ ନିକଟରେ ଅବସ୍ଥିତ ଏହି ମନ୍ଦିର।ଅପରପକ୍ଷରେ ବିଶ୍ବାବସୁ ଶବର ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେଇଛନ୍ତି ରାଷ୍ଟ୍ରପତି ।